ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍

ଢେଙ୍କାନାଳ(YSN) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର- ଆଳତୁମା ବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ  ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିବା ଜଣାଯାଇଛି ।ଏଥିରେ ୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନଯାୟୀ, ‘ଶ୍ରୀରାମଜୀ’ ନାମକ ଯାତ୍ରୀବାହୀ ବସ୍‌ ଗତକାଲି ରାଉରକେଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ସମୟରେ ରାସ୍ତା କାର୍ଯ୍ୟରେ ନିୟୋଜିତ ଏକ ହାଇୱା ବସ୍‌ ସମ୍ମୁଖକୁ ଚାଲି ଆସିଥିଲା। ଫଳରେ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏହି ବସରେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡ଼ିଛି। ବସରେ ଥିବା କିଛି ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଏବଂ ଆହତ ଯାତ୍ରୀ ମାନଙ୍କୁ ନିକଟସ୍ଥ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିଲେ।

Leave a Reply

Your email address will not be published. Required fields are marked *

%d bloggers like this: