କେମିତି କଟିବ ଆଜିର ଦିନ

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଫେବୃଆରୀ ୧୦ ତାରିଖ ୨୦୨୧ ମସିହା(ବୁଧବାର)*
*ଶକାବ୍ଦ -୧୯୪୨*
*ସମ୍ବତ -୨୦୭୭*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ମାଘମାସ-କୃଷ୍ଣପକ୍ଷ*
*ତିଥି-ଚତୁର୍ଦ୍ଦଶୀ ରାତ୍ରି ଘ୧୨/୫୫ ପର୍ଯ୍ୟନ୍ତ ତଦନ୍ତେ ଅମାବାସ୍ୟା* *ନକ୍ଷତ୍ର-ଉତ୍ତରାଷାଢା ଦିବା ଘ୦୨/୩୭ ପର୍ଯ୍ୟନ୍ତ ତଦନ୍ତେ ଶ୍ରବଣ।*
*ଚନ୍ଦ୍ର -ମକର*
*ଯୋଗା- ଅସୃକ୍*
*କାରଣ- ବିଷ୍ଟ୍*
*ସୌରମାସ -ମକର ୨୮ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ -ପ୍ରାତଃ ଘ୦୬/୨୨/୧୧*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୦/୨୯*
*✧═════•❁❀❁•═════✧*
*ଯୋଗିନୀ ପଶ୍ଚିମେ ରାତ୍ରି ଘ ୧୨/୫୫ ଗତେ ଐଶାନ୍ୟେ*
*ସିଂହ ରାଶିର ଘାତଚନ୍ଦ୍ର*
*କର୍କଟ ରାଶିର ଘାତବାର*
**ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════*
*କାଳବେଳା – ଦିବା ଘ୦୯/୦୭ ଗତେ ଘ ୧୦/୩୨ ମଧ୍ୟେ*
*ବାରବେଳା – ଦିବା ଘ୧୧/୫୩ ଗତେ ଘ ୦୧/୧୭ ମଧ୍ୟେ*
✧═════•❁❀❁•════*
*ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୭ ଗତେ ଘ ୦୯/୦୬ମଧ୍ୟେ ଓ ଘ୦୨/୫୭ ଗତେ ଘ୦୪/୧୮ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୭/୪୫ ମଧ୍ୟେ ଓ ଘ୧୦/୩୪ ଗତେ ଘ୧୧/୫୨ ମଧ୍ୟେ*
*✧═════•❁❀❁•═════
*ଆଦ୍ୟ ବିରି ରାତ୍ରି ଘ ୧୨/୫୫ ଗତେ ଆମିଷ ଭକ୍ଷଣ ନିଷେଧ*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ : 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*✧═════•❁❀❁•═════✧*
*ବୃଷ : 👉ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*ମିଥୁନ : 👉ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*✧═════•❁❀❁•═════✧*
*କର୍କଟ: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
*✧═════•❁❀❁•═════✧*
*ସିଂହ : 👉ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*କନ୍ୟା: 👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
*✧═════•❁❀❁•═════✧*
*ତୁଳା :👉 ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*✧═════•❁❀❁•═════✧*
*ବିଛା :👉 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*✧═════•❁❀❁•═════✧*
*ଧନୁ : 👉ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*✧═════•❁❀❁•═════✧*
*ମକର : 👉ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ଘାତବାର ହେତୁ କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*✧═════•❁❀❁•═════✧*
*କୁମ୍ଭ : 👉ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*✧═════•❁❀❁•═════✧*
*ମୀନ : 👉କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*
*✧═════•❁❀❁•═════✧*

Leave a Reply

Your email address will not be published. Required fields are marked *

%d bloggers like this: